ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କ୍ରୀଡ଼ା ସମାରୋହ

FacebooktwitterredditpinterestlinkedinmailFacebooktwitterredditpinterestlinkedinmail


ନିର୍ଭୟ ମିଡ଼ିଆ: ଆସିକା

ଆସିକା ହରିହର ହାଇସ୍କୁଲରେ ବ୍ଲକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କ୍ରୀଡ଼ା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ, ଗଞ୍ଜାମ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ଆସିକା ବିଡିଓ ସତ୍ୟସୁନ୍ଦର ରାଉତ ଉଦଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ହରେକୃଷ୍ଣ ମଲ୍ଲିକ, ଆସିକା ବିଇଓ କୃତିବାସ ବାରିକ, ଆସିକା ହରିହର ହାଇସ୍କୁଲ ପ୍ରଧାନ ଶିକ୍ଷକ ପ୍ରଦିପ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ଆସିକା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପି.ପଦ୍ମା ପରିଚାଳନା କରିଥିଲେ । ଏହି କ୍ରୀଡ଼ା ସମାରୋହରେ ମୋଟ ୯୨ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । କୃତିତ୍ୱ ହାସଲ କରିଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନେ ଆସନ୍ତା ୨୬ ତାରିଖରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ କ୍ରୀଡ଼ାରେ ଭାଗ ନେବେ ।

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

Be the first to comment

Leave a Reply

Your email address will not be published.


*