ଧର୍ମେନ୍ଦ୍ରଙ୍କୁ ଉତ୍ତରା ଓ ସାତଶଙ୍ଖରେ ସମ୍ବର୍ଦ୍ଧନା

FacebooktwitterredditpinterestlinkedinmailFacebooktwitterredditpinterestlinkedinmail


ନିର୍ଭୟ ମିଡ଼ିଆ : ପିପିଲି
ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୪ତମ ଜନ୍ମ ଜୟନ୍ତୀ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦାନ ନିମନ୍ତେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୀ ଓ ବ୍ରହ୍ମଗିରି ଗସ୍ତ ପରିପ୍ରେକ୍ଷୀରେ ପିପିଲିର ଉତ୍ତରା ଓ ସାତଶଙ୍ଖ ବଜାର ଠାରେ ସ୍ଥାନୀୟ ଭାଜପା ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ସ୍ଥାନୀୟ ଭାଜପା ନେତା ଆଶ୍ରିତ ପଟ୍ଟନାୟକଙ୍କ ନେତୃତ୍ୱରେ ହଜାରରୁ ଅଧିକ ଭାଜପା ଯୁବ ମୋର୍ଚ୍ଚା ଓ ମହିଳା ମୋର୍ଚ୍ଚାର କର୍ମୀମାନେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପୁରୀ ଜିଲ୍ଲା ଭାଜପା ଉପସଭାପତି ଜନ୍ମେଜୟ ଜେନା, ଜିଲ୍ଲା ଭାଜପା କୃଷକ ମୋର୍ଚ୍ଚା ସଭାପତି ଅଜୟ ପ୍ରଧାନ, ପୂର୍ବତନ ପୌର ଉପାଧ୍ୟକ୍ଷ ସୁକାନ୍ତ ଭଟ୍ଟ ପ୍ରମୁଖ ଯୋଗ ଦେଇଥିଲେ ।

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

Be the first to comment

Leave a Reply

Your email address will not be published.


*