ନାଲୁବାବୁ ସ୍ମାରକୀ ନୃତ୍ୟ ପ୍ରତିଯୋଗିତା

FacebooktwitterredditpinterestlinkedinmailFacebooktwitterredditpinterestlinkedinmail


ନିର୍ଭୟ ମିଡିଆ: ବାରିପଦା

ବାରିପଦା ଫ୍ରେଜର ହଷ୍ଟେଲ ଛକଠାରେ ଯୁବକ ସଂଘ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ନାଲୁବାବୁ ସ୍ମାରକୀ ରାଜ୍ୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଉତ୍ସବରେ ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଆ ପରମ୍ପରା ଓ ସଂସ୍କୃତିର ସୁରକ୍ଷା ଉପରେ ଗୁରୁତ୍ୱ ଆରୋପ କରିଥିଲେ । ସଂଘର ସଭାପତି ବିପ୍ଲବ ବୁଗୁଡେଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ପୂର୍ବତନ ନଗରପାଳ କୃଷ୍ଣାନନ୍ଦ ମହାନ୍ତି, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ପୂର୍ବତନ ଅଧ୍ୟକ୍ଷ ଡ. ଦେବାଶୀଷ ମାରାନ୍ଦି ପ୍ରମୁଖ ଯୋଗ ଦେଇଥିଲେ । ନୃତ୍ୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା ।

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

Be the first to comment

Leave a Reply

Your email address will not be published.


*