ବିଶିଷ୍ଟ ଜନନେତା ବୀରେନ୍ ମିତ୍ରଙ୍କୁ ଶ୍ରଦ୍ଧାଞ୍ଜଳି

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

ନିର୍ଭୟ ମିଡିଆ : ଭୁବନେଶ୍ୱର

ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ଜନନେତା ସ୍ୱର୍ଗତ ବୀରେନ୍ ମିତ୍ରଙ୍କ ୧୦୨ ତମ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ଜୟଦେବ ବିହାର ଛକସ୍ଥିତ ପ୍ରତିମୂର୍ତିଠାରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଦେବୀ ପ୍ରସାଦ ମିଶ୍ର , ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ଅଧ୍ୟକ୍ଷ ତଥା ବୀରେନ୍ ମିତ୍ର ଫାଉନେ୍ଦସନର ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଯୋଗ ଦେଇ ବୀରେନ୍ ମିତ୍ରଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ନିଦେ୍ର୍ଦଶକ କୃପାସିନ୍ଧୁ ମିଶ୍ର, ଅତିରିକ୍ତ ନିଦେ୍ର୍ଦଶକ ନିରଞ୍ଜନ ସେଠୀ, ଯୁଗ୍ମ ନିଦେ୍ର୍ଦଶକ ବିପିନି ବିହାରି ବାରିକ, ସହକାରୀ ନିଦେ୍ର୍ଦଶକ ସନ୍ତୋଷ କୁମାର ଦାସଙ୍କ ସମେତ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ଗଣମାଧ୍ୟମର ପ୍ରତିନିଧି ଓ ଜନସାଧାରଣ ଯୋଗଦେଇ ସ୍ୱର୍ଗତ ମିତ୍ରଙ୍କୁ ଶ୍ରଦ୍ଧାସୁମନ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

Be the first to comment

Leave a Reply

Your email address will not be published.


*