ମେଧାବୀ ଛାତ୍ରଛାତ୍ରୀଙ୍କୁ ଲାପ୍ଟପ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

ନିର୍ଭୟ ମିଡିଆ : ଭୁବନେଶ୍ୱର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୨୦୧୯-୨୦ବର୍ଷ ପାଇଁ ଲାପ୍ଟପ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ୧୦ଜଣ +୨ର ମେଧାବୀ ଛାତ୍ରଛାତ୍ରୀଙ୍କୁ ଲାପଟପ ପ୍ରଦାନ କରି ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ସୂଚନା ଦେଇ କହିଥିଲେ ଯେ, ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୧୫ହଜାର ଛାତ୍ରଛାତ୍ରୀଙ୍କୁ ଲାପଟପ ବଣ୍ଟନ କରାଯିବ । ଏଥିରୁ ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରଛାତ୍ରୀ ୫୫୦୯ଜଣ ଏବଂ ସାଧାରଣ ବର୍ଗର ୯୪୯୧ଜଣ ଛାତ୍ରଛାତ୍ରୀ ଅଛନ୍ତି ।
ସୂଚନାଯୋଗ୍ୟ ଯେ, ବିଜୁ ସଶକ୍ତିକରଣ ଯୋଜନାରେ +୨ର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ୨୦୧୩ ମସିହାଠାରୁ ମାଗଣାରେ ଲାପଟପ ବଣ୍ଟନ କରାଯାଉଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୯୦,୨୦୩ଜଣ ଛାତ୍ରଛାତ୍ରୀଙ୍କୁ ଲାପଟପ ବଣ୍ଟନ କରାଯାଇଛି । ଚଳିତ ବର୍ଷ ଏଥିପାଇଁ ଚୟନ ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ କରାଯାଇ ରାଜ୍ୟସ୍ତରୀୟ ମେଧା ତାଲିକା ପରିବର୍ତ୍ତେ ଜିଲ୍ଲାସ୍ତରୀୟ ମେଧା ତାଲିକା ପରିବର୍ତ୍ତେ ଜିଲ୍ଲାସ୍ତରୀୟ ମେଧା ତାଲିକା ପ୍ରସ୍ତୁତ କରାଯାଇଛି । ଏହାଦ୍ୱାରା ରାଜ୍ୟର ସମସ୍ତ ୩୦ଜିଲ୍ଲାର ଛାତ୍ରଛାତ୍ରୀ ଏଥିରେ ସାମିଲ ହୋଇପାରିଛନ୍ତି । ଚଳିତ ବର୍ଷ ଓସିଏସି ମଧ୍ୟରେ ଲାପଟପ୍ ସଂଗ୍ରହ କରାଯାଇ ୩୦ଟି ନୋଡାଲ ସେଣ୍ଟରକୁ ବଣ୍ଟନ ପାଇଁ ପଠାଯାଇଛି । ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷାମନ୍ତ୍ରୀ ଡଃ. ଅରୁଣ ସାହୁ, ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ, ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଉପଦେଷ୍ଟା ଆର୍ ବାଲକ୍ରିଷ୍ଣନ ଏବଂ ଉଚ୍ଚଶିକ୍ଷା ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

Be the first to comment

Leave a Reply

Your email address will not be published.


*