ସମସ୍ୟା ସମାଧାନ ନହେବାରୁ ୧୫ରୁ ଆନ୍ଦୋଳନ

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

ନିର୍ଭୟ ମିଡିଆ: ଭୁବନେଶ୍ୱର

ସରକାର ସମସ୍ୟା ସମାଧାନ କରିନଥିବାରୁ ବିଧାନସଭା ଆଗରେ ଆନ୍ଦୋଳନ କରିବେ ବୋଲି ବେସରକାରୀ ଅନୁଦାନ ଓ ଅଣ ଅନୁଦାନ ଶିକ୍ଷକ ଏବଂ ଅଣ ଶିକ୍ଷକ କର୍ମଚାରୀ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି । ଆସନ୍ତା ୧୫ ତାରିଖରୁ ବିଧାନସଭା ଆଗରେ ବଡ଼ ଧରଣର ଆନେ୍ଦାଳନ କରିବ ବୋଲି ରାଜଧାନୀରେ ସଂଘ ପକ୍ଷରୁ ଏକ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଥିଲା । ଓଡ଼ିଶାର ପ୍ରାୟ ୩ ଶହ ମହାବିଦ୍ୟାଳୟର ୩ ହଜାର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ ସ୍ୱଳ୍ପ ବେତନରେ ଦୀର୍ଘ ୧୧ ବର୍ଷ ହେଲା କାର୍ଯ୍ୟ କରୁଛୁ । ଏଥିସହ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କ ସ୍ଥାୟୀତ୍ୱ ପାଇଁ ରାଜ୍ୟ ସରକାରଙ୍କୁ ତାଲିକା ପ୍ରଦାନ କରାଯାଇଛି । ଅଥଚ ସରକାର ଏମାନଙ୍କ ସମସ୍ୟା ପ୍ରତି ଅବଗତ ଥିଲେ ମଧ୍ୟ ଉଚ୍ଚ ଶିକ୍ଷା ନିଦେ୍ର୍ଦଶାଳୟ ଏମାନଙ୍କୁ ସରକାର ଅନ୍ତର୍ଭୁକ୍ତ କରି ନାହିଁ । ୧ ଜୁନ୍ ୨୦୦୮ ମସିହାରୁ ୩୦ନଭେମ୍ବର ୨୦୧୩ ପର୍ଯ୍ୟନ୍ତ ସରକାରୀ ଅନ୍ତର୍ଭୁକ୍ତ ହୋଇନଥିବା ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ସରକାରୀ ଅନ୍ତର୍ଭୁକ୍ତ କରିବା, ଚାକିରି ସର୍ତ୍ତାବଳୀ ସହିତ ପୂର୍ଣ୍ଣ ଅନୁଦାନ ଦାବି ଦୀର୍ଘ ଦିନ ହେଲା ଦାବି ହୋଇ ଆସୁଛି । ହେଲେ ସରକାର କର୍ଣ୍ଣପାତ କରୁନଥିବାରୁ ଆସନ୍ତା ୧୫ ତାରିଖରୁ ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ଘୋଷଣା କରାଯାଇଛି ।

FacebooktwitterredditpinterestlinkedinmailFacebooktwitterredditpinterestlinkedinmail

Be the first to comment

Leave a Reply

Your email address will not be published.


*