145 MoUs Signed At Utkarsh Odisha,

ଦୁଇଦିନବ୍ୟାପି ହୋଇଥିବା ଓଡ଼ିଶା ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ରେ ରାଜ୍ୟ ସରକାରଙ୍କୁ ଅଦ୍ଭୂତପୂର୍ବ ସଫଳତା ମିଳିଛି ।

ଏହି ଉତ୍କର୍ଷ ଓଡ଼ିଶା ନିବେଶକ ସମ୍ମିଳନୀରେ ୧୨.୮୯ ଲକ୍ଷ କୋଟି ଟଙ୍କାର ୧୪୫ଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣାପତ୍ର ଦ୍ୱାରା ୮.୯୪ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ।

ଶିଳ୍ପ ସଚିବ ହେମନ୍ତ ଶର୍ମା ସୂଚନା ଦେଇ କହିଛନ୍ତି ଯେ, ଦୁଇଦିନ ବ୍ୟାପି କାର୍ଯ୍ୟକ୍ରମରେ ୫ ଶହରୁ ଅଧିକ ଇଣ୍ଟେଣ୍ଟ ଆସିଥିଲା । କିନ୍ତୁ ରାଜ୍ୟ ସରକାରଙ୍କ ପଲିସିକୁ ସୁହାଇଲା ଭଳି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।

By Nirvay

Leave a Reply

Your email address will not be published. Required fields are marked *