ରାଜ୍ୟରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା ଜିଲ୍ଲପାଳ । ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ଛୁଟି ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇ ୨ ଏବଂ ୩ ଦୁଇ ଦିନ ପାଇଁ ସମଗ୍ର ଜିଲ୍ଲାରେ ସ୍କୁଲ ବନ୍ଦ ରହିବ। ତେବେ ଏହି ସମୟରେ ପରୀକ୍ଷା ଓ ସ୍କୁଲର ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିବ।

ଗତ କିଛି ଦିନ ଧରି ଜିଲ୍ଲାରେ ପ୍ରବଳ ଏବଂ ନିରନ୍ତର ବର୍ଷା ହେଉଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଏହି ଅସ୍ଥାୟୀ ବନ୍ଦ ଘୋଷଣା କରାଯାଇଛି।

Leave a Reply

Your email address will not be published. Required fields are marked *

loader