ଚଳିତ ମାସ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖରେ ଶେଷ ହେବ । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା, ପତ୍ର ବିନିମୟ ପାଠ୍ୟକ୍ରମର ନିୟମିତ ଓ ପୂର୍ବ ନିୟମିତ (ଏକ୍ସ-ରେଗୁଲାର) ଥିଓରୀ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡିଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ୧୨୭୬ ସେଣ୍ଟରରେ ୩,୯୩,୬୧୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । କପି ରୋକିବା ପାଇଁ ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି । ମୋଟ ୨୨ଟି ସିଟିଙ୍ଗରେ ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ପରୀକ୍ଷା ହେବ ।ପରୀକ୍ଷା ସରିବାର ୪୫ ଦିନ ମଧ୍ୟରେ ଫଳ ପ୍ରକାଶ ପାଇବ । Post navigation ଡବଲ ଇଞ୍ଜିନ ସରକାରଙ୍କ ରେଳ ବଜେଟ ନୈରାଶ୍ୟଜନକ: ବିଜେଡି