ଓଡିଶା ଷ୍ଟାଫ୍ ସିଲେକ୍ସନ (OSSC) ର ଶାରୀରିକ ପରୀକ୍ଷା ବେଳେ ଚାଲିଗଲା ଦୁଇ ପରୀକ୍ଷାର୍ଥୀଙ୍କ ଜୀବନ । ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି । ୨୫ କିମି ଦୌଡ଼ ପରୀକ୍ଷା ବେଳେ ଦୁଇ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଛି। ମୃତକ ଯୁବକ ଦୁଇଜଣ ଫରେଷ୍ଟ ଗାର୍ଡ ଏବଂ ଫରେଷ୍ଟର ପଦବୀ ପାଇଁ ସେ ଆବେଦନ କରିଥିଲେ। ଅନ୍ୟପଟେ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ସମୟରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହିତ ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ। Post navigation ବିଜେଡି ନେତା ରାଜା ଚକ୍ରଙ୍କ ୧୦ଟି ସ୍ଥାନରେ ଏକାକାଳୀନ ଚଢ଼ାଉ ଆଇଏଏସ୍ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ