ଉତ୍ତର ଆନ୍ଓଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ଉପକୂଳ ପଶ୍ଚିମ କେନ୍ଦ୍ରୀୟ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସୃଷ୍ଟି ହୋଇଥିବା ଲଘୁଚାପ ବର୍ଷା ଯୋଗୁ ଭିଜିବ ଓଡି଼ଶା । ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ଅଧିକ ରୁ ଅଧିକ ବର୍ଷା ସମ୍ଭାବନା ନେଉ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ପୂର୍ବାନୁମାନ କରାଯାଇଛି ।

ଘଡ଼ଘଡି ସହ ବର୍ଷା ନେଇ ଆଜି ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କଲା ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ୟେଲୋ ୱାର୍ଣ୍ଣି ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଦ୍ୱାରା ରାଜ୍ୟରେ ୨୭ ପର୍ଯ୍ୟନ୍ତ ବର୍ଷା ହେବ। ୨୫ ଓ ୨୬ରେ ମୁଖ୍ୟତଃ ବର୍ଷା ହେବା ବେଳେ ୨୭ ରେ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ ଏବଂ ଅନେକ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ।

Leave a Reply

Your email address will not be published. Required fields are marked *