ରାଜ୍ୟରେ ପ୍ରତିଷ୍ଠା ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ (OISF)ର ୨ଟି ନୂଆ ବାଟାଲିୟନ୍ । ତୃତୀୟ ଓ ଚତୁର୍ଥ ବାଟାଲିୟନ ନାମରେ ଏହା ନାମିତ ହେବ । ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ ଟି ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି  । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଆଜି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନା ଯୋଗ୍ୟ; ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ସରକାର ପଦକ୍ଷେପ ନେଉଛନ୍ତି। ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ସ୍ଥାନଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆ ବାଟାଲିୟନ ଗଠନକୁ ମଞ୍ଜୁରୀ ଦେଇଛନ୍ତି। ରାଜ୍ୟରେ OISF ରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଥିଲା । ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଏପ୍ରିଲ ମାସରେ ଗୋଟିଏ ନୂଆ ବାଟାଲିଅନ ସୃଷ୍ଟି କରିଥିଲେ । ଏହାଦ୍ୱାରା ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରୁଥିଲା ।

Leave a Reply

Your email address will not be published. Required fields are marked *