ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା । ସେ କହିଛନ୍ତି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ । ବର୍ଷେ ମଧ୍ୟରେ ୮ଟି ଖଣି ଅକ୍ସନ ହୋଇଛି । ଖଣି ପାଇଁ ଶିଳ୍ପ ଆସିଲେ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହେବ । ସେ ଦିଗକୁ ପ୍ରାଧାନ୍ୟ ଦେଇ ଖଣି ବିଭାଗ କାମ କରୁଛି ।

ସେ ଆଉ ମଧ୍ୟ କହିଛନ୍ତି ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ଅକ୍ସନ କରୁନଥିଲେ । ନୂଆ ସରକାର ଆସିବା ପରେ ବର୍ଷକ ମଧ୍ୟରେ ୮ ଟି ଖଣି ଅକ୍ସନ କରିଛନ୍ତି ।

Leave a Reply

Your email address will not be published. Required fields are marked *