ସିଂହଦ୍ବାର ସମ୍ମୁଖରେ ପହଞ୍ଚିଲା ରଥ । ନବଦିନାତ୍ମକ ଯାତ୍ରା ସାରି ବାହୁଡ଼ିଲେ ମହାବାହୁ । ଭକ୍ତି ଓ ଉତ୍ସାହରେ କମ୍ପୁଛି ବଡ଼ଦାଣ୍ଡ। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ପ୍ରଥମେ ସିଂହଦ୍ୱାରରେ ପହଞ୍ଚିବା ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଆସିଥିଲା। ଶେଷରେ ସିଂହଦ୍ବାର ସମ୍ମୁଖରେ ପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗନ୍ତବ୍ୟସ୍ଥଳରେ ପହଞ୍ଚିଛି।

ଜଗନ୍ନାଥ ମହାପ୍ରଭୁଙ୍କ ରଥ ମରିଚିକୋଟ ନିକଟସ୍ଥ ଶ୍ରୀନଅରଠାରେ ପହଞ୍ଚିବା ପରେ ଲକ୍ଷ୍ମୀ ନାରାୟଣ ଭେଟ ନୀତି ଅନୁଷ୍ଠିତ ହୋଇଥିଲା । ଜଗନ୍ନାଥ ଶ୍ରୀମନ୍ଦିର ଫେରିଛନ୍ତି ବୋଲି ଦେଖିଲେ ମହାଲକ୍ଷ୍ମୀ । ମହାଜନ ସେବକମାନେ ଲକ୍ଷ୍ମୀ ଠାକୁରାଣୀଙ୍କୁ ପାଟବସ୍ତ୍ର, ମାଳଫୁଲ, ଅଳଙ୍କାରରେ ବେଶ କରାଇ ସାତ ପାହଚ ଦ୍ଵାରଠାରେ ଥିବା ପାଲିଙ୍କିରେ ବିଜେ କରାଇଥିଲେ । ପାଲିଙ୍କି ଆନନ୍ଦବଜାରସ୍ଥିତ ଚାହାଣୀ ମଣ୍ଡପକୁ ନିଆଯାଇଥିଲା । ଚାହାଣୀ ମଣ୍ଡପରେ ଲକ୍ଷ୍ମୀ ବିଜେ ହୋଇବା ପରେ ଉକ୍ତ ପାଲିଙ୍କି ନନ୍ଦିଘୋଷ ରଥରେ ବିରାଜମାନ କରିଥିବା ଜଗନ୍ନାଥଙ୍କ ରଥ ନିକଟରେ ପହଞ୍ଚିଥିଲେ।

ଏହାପରେ ଶ୍ରୀନଅର ସିଂହଦ୍ଵାରରେ ଗଜପତି ମହାରାଜା ଉପସ୍ଥିତ ଅଛନ୍ତି । ଦହିପଟି ମଣୋହି ପରେ ଗଜପତିଙ୍କ ହସ୍ତରେ ଲକ୍ଷ୍ମୀ ଦେବୀ ବିଜେ ହୋଇ ଜଗନ୍ନାଥଙ୍କ ସହିତ ଭେଟ ହୋଇଥିଲେ । ଏହାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଲକ୍ଷ୍ମୀ ଠାକୁରାଣୀ ଶ୍ରୀମନ୍ଦିରକୁ ବାହୁଡା ବିଜେ କରିଛନ୍ତି । ଏହାସହିତ ଶ୍ରୀନଅରଠାରୁ ନନ୍ଦିଘୋଷ ଟଣା ଯାଇ ସିଂହଦ୍ଵାରଠାରେ ରଖାଯାଇଛି ।

Leave a Reply

Your email address will not be published. Required fields are marked *