ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଜବତ ହୋଇଛି ୩ କେଜିରୁ ଅଧିକ ସୁନା । ଜବତ ସୁନାର ମୂଲ୍ୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ। ଦୁବାଇରୁ ଭୁବନେଶ୍ୱର ଆସିଥିବା ୪ ଜଣ ଯାତ୍ରୀଙ୍କ ଠାରୁ ମୋଟ ୩ କେଜି ୭୭ ଗ୍ରାମର ତରଳ ସୁନା ଜବତ ହୋଇଛି। ଏମାନେ ମଳଦ୍ୱାରରେ ତରଳ ସୁନାକୁ କ୍ୟାପସୁଲ ମାଧ୍ୟମରେ ରଖି ଚାଲାଣ କରୁଥିବା ବେଳେ କେନ୍ଦ୍ରୀୟ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ଏହାକୁ ଜବତ କରିଛି। ଗୁଇନ୍ଦା ସୂଚନା ଆଧାରରେ ଡିଆରଆଇ ଅଧିକାରୀମାନେ ଦୁବାଇରୁ ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଏୟାରପୋର୍ଟକୁ ଆସିଥିବା ୪ ଜଣ ଯାତ୍ରୀଙ୍କୁ ପ୍ରଥମେ ଚିହ୍ନଟ କରିଥିଲେ। ସେମାନେ ୬ ତାରିଖରେ ଏଠାକୁ ଆସିଥିଲେ। ସେମାନଙ୍କୁ ଅଟକ ରଖି ପଚରା ଉଚରା କରାଯାଇଥିଲା। ଏହି ସମୟରେ ଜଣାପଡ଼ିଥିଲା ଯେ ଏହି ୪ ଜଣ ତରଳ ସୁନାର ଚୋରା ଚାଲାଣ ପାଇଁ ଉଦ୍ୟମ କରୁଥିଲେ। ଏହି ସୁନାକୁ ସେମାନେ କ୍ୟାପସୁଲ ମାଧ୍ୟମରେ ନିଜ ମଳଦ୍ୱାରରେ ରଖି ଦୁବାଇରୁ ଆଣିଥିଲେ। ସେମାନଙ୍କ ଠାରୁ ୧୨ଟି କ୍ୟାପସୁଲରେ ଥିବା ତରଳ ସୁନାକୁ ଜବତ କରାଯାଇଛି। କ୍ୟାପସୁଲ ମଧ୍ୟରୁ ମୋଟ ୩.୭୭ କେଜିର ସୁନା ମିଳିଛି। ଏହାର ବଜାର ମୂଲ୍ୟ ୨.୭୯ କୋଟି ହେବ। ତରଳ ସୁନାକୁ ଜବତ କରାଯାଇଛି ଓ ୪ ଜଣ ଯାତ୍ରୀଙ୍କୁ ଗିରଫ କରାଯାଇଛି। ତଦନ୍ତ କରାଯାଉଛି। Post navigation ବିଜେଡିକୁ ଟାର୍ଗେଟ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଜେପି ଲିଙ୍କରେ ବିଜେଡିର ବହୁତ ନେତା!