କ୍ଷେପଣାସ୍ତ୍ର ପରୀକ୍ଷା ପାଇଁ ସ୍ଥାନାନ୍ତର ହେଉଛନ୍ତି ଲୋକେ। ଆସନ୍ତାକାଲି ଚାନ୍ଦିପୁର ଆଇଟିଆର LC-III କ୍ଷେପଣାସ୍ତ୍ର ଘାଟିରୁ ମିସାଇଲ ପରୀକ୍ଷଣ କରାଯିବ। ଏଥିପାଇଁ କ୍ଷେପଣାସ୍ତ୍ର ଘାଟିରୁ ସାଢ଼େ ଦୁଇ କିଲୋମିଟର ପରିଧି ଅଞ୍ଚଳର ୩୧ ଶହ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି। ଅସ୍ଥାୟୀ ଆଶ୍ରୟସ୍ଥଳୀଗୁଡିକରେ ସ୍ଥାନାନ୍ତରଣ ପାଇଁ ୧୦୦ରୁ ଊର୍ଦ୍ଧ୍ୱ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ସେହିଭଳି ପୋଲିସ ପ୍ରଶାସନ ମଧ୍ୟ ସଜାଗ ରହିଛି। ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରାଯାଇ ଆସନ୍ତାକାଲି ପରୀକ୍ଷା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଅସ୍ଥାୟୀ ଶିବିରରେ ରହିବାକୁ ସୂଚନା ଦିଆଯାଇଛି।ଆସନ୍ତାକାଲି ସକାଳ ୬ଟାରୁ ପରୀକ୍ଷା ଶେଷ ହେବା ପର୍ଯ୍ୟନ୍ତ ଅଞ୍ଚଳ ଖାଲି ରହିବ।

 

Leave a Reply

Your email address will not be published. Required fields are marked *