ଆଜି ବିଧାସଭା ଗୃହରେ ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଓଡ଼ିଶାରେ ୩୭୩୮ ବାଂଲାଦେଶୀ ଅନୁପ୍ରବେଶକାରୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସର୍ବାଧିକ କେନ୍ଦ୍ରାପଡ଼ାରେ ୧୬୪୯, ଜଗତସିଂପୁରରେ ୧୧୧୨, ମାଲକାନଗିରିରେ ୬୫୫, ଭଦ୍ରକରେ ୧୯୯, ନବରଙ୍ଗପୁରରେ ୧୦୬ ରହିଥିବା ବେଳେ ଭୁବନେଶ୍ବର-୧୭ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ୧୦ ବର୍ଷରେ ୪୧ ବଂଲାଦେଶୀଙ୍କ ନାଁରେ ଅପରାଧିକ ମାମଲା ରହିଛି। ଅନ୍ୟପଟେ ସରକାର ପ୍ରତି ଜିଲ୍ଲାରେ ତହସିଲ, ବ୍ଳକ ଏବଂ ପୁଲିସ୍ କର୍ମଚାରୀଙ୍କୁ ନେଇ ଏକ କମିଟି ଗଠନ କରି ଓଡ଼ିଶାରେ ବେଆଇନ ଭାବେ ବସବାସ କରୁଥିବା ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରିବା ସହିତ ସେମାନଙ୍କୁ ନିଜ ଦେଶକୁ ପ୍ରତ୍ୟାବର୍ତ୍ତନ ପାଇଁ ରାଜ୍ୟର ସମସ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। Post navigation ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ୩ ବର୍ଷରେ ପାଣିରେ ବୁଡ଼ି ୨୦୬୪ ଜଣଙ୍କ ମୃତ୍ୟୁ: ମୁଖ୍ୟମନ୍ତ୍ରୀ