ରାଜ୍ୟର ୪ଟି ଜିଲ୍ଲାରେ ଆଜି ବଜ୍ରପାତ ଯୋଗୁଁ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି।

ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କେତେକ ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲା ରେ ଜଣେ ଲେଖାଏଁ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।

Leave a Reply

Your email address will not be published. Required fields are marked *