ସୋମବାର ଦିନ ଯାଜପୁର ଜିଲ୍ଲା ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ବରଡ଼ା ଛକ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି । ଏହି ଦୁଃଖଦ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି (CMRF)ରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି । ଏହି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କର ଉତ୍ତମ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ସୁନିଶ୍ଚିତ କରାଯାଉଥିବା ବେଳେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନା ଅନୁସାରେ, ଯାଜପୁର ଜିଲ୍ଲା ବଡ଼ଚଣା ଅଞ୍ଚଳରୁ ଏକ ବିବାହ ଉତ୍ସବରେ ଯୋଗ ଦେଇ ସମସ୍ତେ ବୋଲେରୋ ଯୋଗେ ଘରକୁ ଫେରୁଥିଲେ । ତେବେ ରାସ୍ତା କଡରେ ଛିଡା ହୋଇଥିବା ଏକ ହାଇୱାକୁ ବୋଲେରୋଟି ଦ୍ରୁତ ଗତିରେ ଆସି ପଛପଟୁ ଧକ୍କା ଦେଇଥିଲା । Post navigation BJP Revokes Suspension of Kharavela Swain: ବିଜେପି ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କଲା ବିଜେପି