ଜମ୍ମୁ-କଶ୍ମୀରର କୁଲଗାମ ଜିଲ୍ଲାରେ ଗୁରୁବାର ସକାଳେ ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଏନକାଉଣ୍ଟରରେ ଦୁଇ ଜଣ ଯବାନ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ; ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା ମିଳିବା ପରେ ବୁଧବାର ରାତିରେ ଭାରତୀୟ ସେନା ଓ ଜମ୍ମୁ-କଶ୍ମୀର ପୁଲିସ ବେହିବାଗ ଅଞ୍ଚଳର କାଦରରେ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାବାହିନୀ ଉପରକୁ ଗୁଳି ଚଳାଇବା ଆରମ୍ଭ କରିଥିଲେ, ଯାହା ପରେ ସୁରକ୍ଷାବାହିନୀ ମଧ୍ୟ ଏହାର ଜବାବ ଦେଇଥିଲା। ଏବଂ ଅପରେସନ ଏନକାଉଣ୍ଟରରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହା ସହ ଆଉକିଛି ଆତଙ୍କୀ ଲୁଚି ରହିଥିବା ସନ୍ଦେହରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍ ଜାରି ରହିଛି । Post navigation ସଂସଦରେ ହଙ୍ଗାମା: ଧକ୍କା ରେ ପ୍ରତାପ ଷଡ଼ଙ୍ଗୀ ଆହତ; ରାହୁଳ ଗାନ୍ଧୀଙ୍କ ଉପରେ ଆରୋପ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ