ପଶ୍ଚିମବଙ୍ଗରେ ଏକ ବଡ଼ ଦୁର୍ଘଟଣା ଘଟିଛି। ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାସ୍ଥିତ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ତାରାପୀଠର ଏକ ହୋଟେଲରେ ଆଜି ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟି ଅନ୍ତତଃ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ରାମପୁରହାଟ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଅନ୍ୟପଟେ ଇଲେକ୍ଟ୍ରିକ୍ ସର୍ଟ ସର୍କିଟ୍ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥାଇପାରେ ବୋଲି ଅଗ୍ନିଶମ ବିଭାଗର ପ୍ରାଥମିକ ଆକଳନରୁ ଜଣାପଡ଼ିଛି। ଘଟଣସ୍ଥଳରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାମଲାର ଛାନ୍‌ଭିନ୍ ଓ ତଦନ୍ତ ଆରମ୍ଭ କରିଛି।

 

Leave a Reply

Your email address will not be published. Required fields are marked *