ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପୁଣି ଚିହ୍ନଟ ହୋଇଛନ୍ତି ୭ ନୂଆ କରୋନା ପଜିଟିଭ୍ । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ହୋଇଛି । ଏହା ସହ ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କ ମଧ୍ୟରୁ ୭ ଜଣ ସୁସ୍ଥ ହୋଇସାରିଲେଣି। ଚିହ୍ନଟଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୬ଜଣ, କଟକରେ ୯ଜଣ, ପୁରୀ, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ରହିଛନ୍ତି । ତେବେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ରକହିଛନ୍ତି, ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଖୁବଶୀଘ୍ର କରୋନା ମାର୍ଗଦର୍ଶିକା ଆଣିପାରନ୍ତି । Post navigation ଅଗଷ୍ଟ ୩ ତାରିଖରେ ନିଟ୍ ପିଜି ପରୀକ୍ଷା ଉଦଘାଟିତ ହେଲା ବିଶ୍ୱର ସର୍ବୋଚ୍ଚ ସେତୁ ଚେନାବ