ଯାଜପୁରରୋଡ଼ କଳିଙ୍ଗନଗର ଟାଟାଷ୍ଟିଲରେ ବିସ୍ଫୋରଣ। ଆଜି  ପ୍ଲାଣ୍ଟର ଷ୍ଟିଲ ମେଲ୍ଟିଂ ସପରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଜଣେ ମହିଳା ସମେତ ଅତି କମରେ ଆଠ ଜଣ କର୍ମଚାରୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ଊଦ୍ଧାର କରି ଟାଟା ଷ୍ଟିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ପାଇ ପୋଲିସ ଏବଂ ସ୍ଥାନୀୟ ପ୍ରଶାସନର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ଅନ୍ୟପଟେ ଏ ନେଇ ଶ୍ରମକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

Leave a Reply

Your email address will not be published. Required fields are marked *