ଛତିଶଗଡ଼ର ଦନ୍ତେୱାଡ଼ାରେ ମଙ୍ଗଳବାର ବଡ଼ଧରଣର ମାଓ ବିରୋଧୀ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟରରେ ୯ ମାଓବାଦୀ ନିହତ ହୋଇଛନ୍ତି। ସୁରକ୍ଷା କର୍ମୀଙ୍କ ସହ ହୋଇଥିବା ଏନକାଉଣ୍ଟରରେ ୯ ଜଣ ମାଓବାଦୀ ନିହତ ହୋଇଛନ୍ତି। ଛତିଶଗଡ଼ର ଦନ୍ତେୱାଡା ଓ ବିଜାପୁରର ସୀମାନ୍ତ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏବେ ବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଘଟଣାସ୍ଥଳରୁ ବିପୁଳ ମାତ୍ରାରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ସୂଚନା ଅନୁଯାୟୀ, ପଶ୍ଚିମ ବସ୍ତର ଡିଭିଜନରେ କିଛି ନକ୍ସଲ ଲୁଚି ରହିଥିବା ସୂଚନା ମିଳିଥିଲା। ପୋଲିସ ଓ ସୁରକ୍ଷା ବାହିନୀର ମିଳିତ ଟିମ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଆଜି ସକାଳେ ଖୋଜାଖୋଜି ବେଳେ ପୋଲିସ ଟିମ୍‌ ସହ ନକ୍ସଲଙ୍କ ମୁହାଁମୁହିଁ ହୋଇଥିଲା। ପରେ ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଆରମ୍ଭ ହୋଇଛି। ଯବାନମାନେ ସାହସର ସହ ନକ୍ସଲଙ୍କ ସହ ମୁକାବିଲା କରିଛନ୍ତି। ଏହି ଅପରେସନରେ ଜଡିତ ସମସ୍ତ ସୈନିକ ସୁରକ୍ଷିତ ଅଛନ୍ତି।

Leave a Reply

Your email address will not be published. Required fields are marked *