odisha-cms-public-grievance-hearing-on-aug-3-cancelled
ଆସନ୍ତା ୩ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧାରିତ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ରହିଥିବାରୁ ନିର୍ଦ୍ଧାରିତ ଜନ ଅଭିଯୋଗ ଶୁଣାଣିକୁ ବାତିଲ କରାଯାଇଛି ।
 
ବିଭାଗ ପକ୍ଷରୁ କୁହାଯାଇଛି ଯେ, ପରବର୍ତ୍ତୀ ଜନ ଅଭିଯୋଗ ଶୁଣାଣିର ନୂତନ ତାରିଖ ସମ୍ପର୍କରେ ପରେ ସୂଚନା ଦିଆଯିବ । ତେଣୁ ଅଭିଯୋଗ ନେଇ ଆସୁଥିବା ସାଧାରଣ ଲୋକଙ୍କୁ ଏ ସମ୍ପର୍କରେ ସୂଚିତ ରହିବାକୁ ଅନୁରୋଧ କରାଯାଇଛି ।

By Nirvay

Leave a Reply

Your email address will not be published. Required fields are marked *