ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅଗଷ୍ଟ ୧୩ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ସୂଚନା ଦେଇଛି। ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଯାହା ସମୁଦ୍ରପତ୍ତନଠାରୁ ପ୍ରାୟ ୩.୧ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟର ପ୍ରଭାବରେ ଅଗଷ୍ଟ ୧୩ ସୁଦ୍ଧା ଲଘୁଚାପ ଗଠନ ହେବାର ସମ୍ଭାବନା ରହିଛି।

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଅଗଷ୍ଟ ୧୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି।

ଆଜି ମଧ୍ୟ ରାଜ୍ୟର ଅନେକ ଜିଲ୍ଲାରେ ହାଲୁକାରୁ ଭାରୀ ବର୍ଷା ନେଇ ପୂର୍ବାନୁମାନ ରହିଛି। ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଯାଜପୁର, ଢେଙ୍କାନାଳ, ଗଞ୍ଜାମ, ଅନୁଗୋଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।

Leave a Reply

Your email address will not be published. Required fields are marked *