ଆଜି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଜାରି ରହିଥିବା ପ୍ରବଳ ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ୍ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଲଗାତାର ବର୍ଷା ଯୋଗୁଁ ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଅନ୍ୟପଟେ ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ୍ ଘୋଷଣା କରାଯାଇଥିବା ବେଳେ ସ୍କୁଲ୍ ଗୁଡ଼ିକକୁ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ସ୍କୁଲ୍ ଆସିବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। Post navigation Odisha Cabinet Approves 10 Proposals Across 6 Departments Minor Girl Assault in kataka: ପୁଣି କଟକରେ ଲଜ୍ଜ୍ୟା; ହୋଟେଲରେ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ