ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରେହମାନ ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସୁଛନ୍ତି। ମିଳିଥିବା ସୂଚନା ମୁତାବକ, ଅଗଷ୍ଟ ୧୧ ରୁ ୧୫ ତାରିଖ ମଧ୍ୟରେ ସେ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ କାଳରେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଏକ ଉଚ୍ଚସ୍ତରୀୟ ଦ୍ୱିପାକ୍ଷିକ ବୈଠକରେ ଯୋଗଦେବେ। ଏହି ସାକ୍ଷାତକାର ସମୟରେ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ବାଣିଜ୍ୟ, ଶକ୍ତି, ସୀମା ପରିଚାଳନା ଆଦି ପ୍ରସଙ୍ଗରେ ହେବ ଆଲୋଚନା ହେବାର ସମ୍ଭାବନା ରହିଛି। ଏହା ସହିତ, ଭାରତ ପକ୍ଷରୁ ବାଂଲାଦେଶକୁ ଆସନ୍ତା ସେପ୍ଟେମ୍ବର ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଅଧିବେଶନ ପାଇଁ ନିମନ୍ତ୍ରଣ କରାଯାଇଛି। ଏହି ଗସ୍ତ ଦ୍ୱାରା ଭାରତ ଓ ବାଂଲାଦେଶ ମଧ୍ୟରେ ରହିଥିବା କୂଟନୈତିକ ଏବଂ ବାଣିଜ୍ୟିକ ସମ୍ପର୍କ ଆହୁରି ଦୃଢ଼ ହେବ ବୋଲି ଆଶା କରାଯାଉଛି।

Leave a Reply

Your email address will not be published. Required fields are marked *