ଆସନ୍ତା ଅଗଷ୍ଟ ୨୮ ତାରିଖ, ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏହି କିସ୍ତିରେ ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ଜଣ ଯୋଗ୍ୟ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୫,୧୬୦ କୋଟିରୁ ଅଧିକ ଟଙ୍କା ହସ୍ତାନ୍ତର କରାଯିବ। ଏ ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ଟଙ୍କା ବଣ୍ଟନ ପ୍ରକ୍ରିୟାକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ କନ୍ଫରେନ୍ସ ହଲ୍‌ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବଣ୍ଟନ କାର୍ଯ୍ୟକ୍ରମ ନୟାଗଡ଼ ଜିଲ୍ଲାରେ ଆୟୋଜିତ ହେବା ପାଇଁ ସ୍ଥିର ହୋଇଛି।

ବୈଠକରେ ଉପମୁଖ୍ୟମନ୍ତ୍ରୀ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର , ହିତାଧିକାରୀ ଚିହ୍ନଟ, ବ୍ୟାଙ୍କିଂ ସୁବିଧା ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଧାର୍ଯ୍ୟ ସମୟସୀମା ମଧ୍ୟରେ DBT ପ୍ରକ୍ରିୟା ଶେଷ କରିବା ସହ ବ୍ୟାଙ୍କିଂ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ସେ ଅଧିକାରୀ ଓ ବ୍ୟାଙ୍କ ପ୍ରତିନିଧିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସମସ୍ତ ବିଭାଗ ଓ ବ୍ୟାଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି ସଠିକ୍ ସମୟରେ ପ୍ରସ୍ତୁତି ଶେଷ କରିବାକୁ ସେ ଗୁରୁତ୍ୱାରୋପ କରିଛନ୍ତି।

Leave a Reply

Your email address will not be published. Required fields are marked *