ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲ ବନ୍ଦ ଘୋଷଣା କରାଯାଇଛି। ବର୍ଷା ଯୋଗୁଁ ଛାତ୍ରଛାତ୍ରୀମାନଙ୍କୁ ଯାତାୟାତରେ ଅସୁବିଧା ହେବାର ସମ୍ଭାବନା ଥିବାରୁ ଶିଶୁମାନଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ଅନ୍ୟପଟେ ସ୍କୁଲ ଛୁଟି ଘୋଷଣା କରାଯାଇଥିଲେ ସୁଦ୍ଧା ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ପ୍ରଧାନଶିକ୍ଷକ ଏବଂ ଅଙ୍ଗନବାଡ଼ି କର୍ମୀ ନିଜ ନିଜ କାର୍ଯ୍ୟାଳୟରେ ଉପସ୍ଥିତ ରହିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *