ଲାଞ୍ଚ ନେବା ମାମଲାରେ ବରଗଡ଼ ଜିଲ୍ଲା ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦାଖଲ ମାମଲାର ଶୁଣାଣି କରି ବରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍ ତାଙ୍କୁ ୪ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଶୁଣାଇବା ସହ ୨୦,୦୦୦ ଟଙ୍କା ଜୋରିମାନା ମଧ୍ୟ ଲଗାଇଛନ୍ତି।

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ଜଣେ ହିତାଧିକାରୀଙ୍କ ଶେଷ କିସ୍ତି ଟଙ୍କା ଛାଡ଼ିବା ପାଇଁ ୭,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ରାୟ ପ୍ରକାଶ ପାଇବା ପରେ ଅଭିଯୁକ୍ତଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ଛବିଳ ବର୍ତ୍ତମାନ ସରକାରୀ ସେବାରୁ ଅବସର ଗ୍ରହଣ କରିସାରିଛନ୍ତି। ତାଙ୍କର ପେନସନ ବନ୍ଦ କରିବା ପାଇଁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହେବ ବୋଲି ଓଡ଼ିଶା ବିଜିଲାନ୍ସ ବିଭାଗ ପ୍ରକାଶ କରିଛି।

Leave a Reply

Your email address will not be published. Required fields are marked *