ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଓଡ଼ିଶାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଭଦ୍ରକ, ଯାଜପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡା,ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପଟେ ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ, ଘଣ୍ଟା ପ୍ରତି ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। Post navigation National Sports Day 2026: ‘୨୦୨୫ ବର୍ଷ ପାଇଁ ବିଜୁ ପଟ୍ଟନାୟକ କ୍ରୀଡ଼ା ଓ ସାହସିକତା ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ Former Minister Dambaru Majhi Passes Away: ଆରପାରିରେ ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀ