ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କର ଆଜି ପରଲୋକ ଘଟିଛି। ଗୁରୁତର ଅସୁସ୍ଥତା କାରଣରୁ ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁ ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା।

ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳ ସମେତ ସମଗ୍ର ରାଜ୍ୟର ରାଜନୈତିକ ହଲଚଲରେ ଗଭୀର ଶୋକ ପ୍ରକାଶ ପାଇଛି। ବିଭିନ୍ନ ଦଳର ନେତୃବୃନ୍ଦ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ସୂଚନାଯୋଗ୍ୟ, ଡାବୁଗାଁ ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ବ କରି ଡମ୍ବରୁ ମାଝୀ ଓଡ଼ିଶା ବିଧାନସଭାକୁ ଏକାଧିକ ଥର ନିର୍ବାଚିତ ହୋଇଥିଲେ। ୧୯୬୭ରୁ ୧୯୯୦ ମଧ୍ୟରେ ଡମ୍ବରୁ ମାଝୀ ପରିବହନ, ଅର୍ଥ ଓ ସଂସ୍କୃତି ମନ୍ତ୍ରୀ ଭାବରେ ୪ଥର ରାଜ୍ୟ ମନ୍ତ୍ରିମଣ୍ଡଳରେ କାର୍ଯ୍ୟ କରିଥିଲେ।

ଡମ୍ବରୁ ମାଝୀ ସ୍ବତନ୍ତ୍ର ଦଳ, ଭାରତୀୟ ଜାତୀୟ କଂଗ୍ରେସ ଏବଂ ବିଜୁ ଜନତା ଦଳ ଓ ବିଜେପି ସହିତ ଜଡ଼ିତ ଥିଲେ। ତୃଣମୂଳ ସ୍ତରରେ ସେ ଭଲ ସଂଗଠନ କରିଥିଲେ। ଆଦିବାସୀମାନଙ୍କର ସ୍ବରକୁ ବିଧାନସଭାରେ ଉପସ୍ଥାପନ କରି ପାରିଥିଲେ। ୨୦୦୯ରେ ନବରଙ୍ଗପୁର ଲୋକସଭା ଆସନରୁ ବିଜେଡି ଟିକେଟରେ ନିର୍ବାଚନ ଲଢ଼ି  ମାଝୀ ହାରିଥିଲେ। ୨୦୧୮ ଅକ୍ଟୋବରରେ ସେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *