ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ଆଜି ନୂଆଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ନେଇ ଏବେ ରାଜ୍ୟ ରାଜନୀତିରେ ହଲଚଲ ଦେଖିବାକୁ ମିଳିଛି । ଉଭୟ ଶାସକ ଓ ବିରୋଧୀ ଶିବିରର ଏହି ଶୀର୍ଷ ନେତାଙ୍କ ଏକସାଙ୍ଗରେ ଦିଲ୍ଲୀ ଯାତ୍ରାକୁ ନେଇ ରାଜନୈତିକ ମହଲରେ ନାନା ଚର୍ଚ୍ଚା ଓ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ସୂଚନା ଅନୁଯାୟୀ; ଆଜି ଅପରାହ୍ନ ୩ଟା ୩୦ରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବେ। କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ହୋଇଥିବା ଶିଖର ସମ୍ମିଳନୀର ଉଦ୍ଯାପନ ଉତ୍ସବରେ ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ପ୍ରଥମ ଥର ପାଇଁ ସେପ୍ଟେମ୍ବର ୧ ଓ ୨ ତାରିଖ ଦୁଇଦିନ ଧରି ଏହି ଶିଖର ସମ୍ମିଳନୀ ଆୟୋଜନ କରାଯାଉଛି। ଉଦ୍ଯାପନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଜଳ ସମ୍ପଦ ବିଭାଗ ମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ସେହିପରି ୭ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ଆଜି ଦିନ ୧ଟାରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। Post navigation OSDMA to Sign 2 Major MoUs: ଆସନ୍ତା ୨ରେ ୟୁଏନ୍ଡିପି ଓ ସିଭିକ୍ଡାଟାଲ୍ୟାବ୍ ସହ ଓସ୍ଡମାର ୨ଟି ଏମ୍ଓୟୁ CNG Price Hiked in Bhubaneswar; Commercial LPG Rates Also Rise