କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ ଦୁଗ୍ଧ କମ୍ପାନୀରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ କାରଖାନାର ଅନେକ ମହଲାରେ ନିଆଁ ଲାଗି ଯାଇଥିଲା। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ସୂଚନା ଅନୁସାରେ, ଆଜି ଜଗତପୁର ଶିଳ୍ପାଞ୍ଚଳସ୍ଥିତ ଦୁଗ୍ଧ କାରଖାନାରେ ହଠାତ୍ ନିଆଁ ଲାଗିଯାଇଥିଲା। ନିଆଁର ପ୍ରକୋପ ବୃଦ୍ଧି ପାଇବାରୁ କାରଖାନା ଅଞ୍ଚଳରେ ଆତଙ୍କର ପରିବେଶ ସୃଷ୍ଟି ହୋଇଥିଲା। ଖବର ପାଇ ଅଗ୍ନିଶମ ବିଭାଗର ୪ଟି ଗାଡ଼ି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଆରମ୍ଭ କରିଥିଲେ। ଦୀର୍ଘ ସମୟର ପରିଶ୍ରମ ପରେ ନିଆଁ ସମ୍ପୂର୍ଣ୍ଣ ଆୟତ୍ତକୁ ଆସିଛି।

ତବେ ଏହି ଅଗ୍ନିକାଣ୍ଡ କେଉଁ କାରଣରୁ ଘଟିଛି, ସେ ନେଇ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ସୂଚନା ମିଳିପାରିନାହିଁ। ସୋର୍ଟ ସର୍କିଟ କିମ୍ବା ଅନ୍ୟ କୌଣସି କାରଣରୁ ନିଆଁ ଲାଗିଥାଇପାରେ ବୋଲି ସନ୍ଦେହ କରାଯାଉଛି। ଏହି ଦୁର୍ଘଟଣାରେ କେତେ ପରିମାଣର କ୍ଷତି ହୋଇଛି, ସେ ନେଇ ଅଗ୍ନିଶମ ବିଭାଗ ଓ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

 

 

Leave a Reply

Your email address will not be published. Required fields are marked *