ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସମ୍ପ୍ରତି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ତାଙ୍କର ଏହି ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର ଧରିଛି।

ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ସେ କେନ୍ଦ୍ରୀୟ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି । ଏଥି ସହିତ ଆଗାମୀ କାର୍ଯ୍ୟପନ୍ଥା ଏବଂ ରାଜ୍ୟରେ ଦଳୀୟ ସଂଗଠନକୁ ଅଧିକ କ୍ରିୟାଶୀଳ କରିବା ପାଇଁ ହାଇକମାଣ୍ଡଙ୍କ ସହ ବିସ୍ତୃତ ଚର୍ଚ୍ଚା ହେବାର କାର୍ଯ୍ୟକ୍ରମ ରହିଛି ।

 

Leave a Reply

Your email address will not be published. Required fields are marked *