ଓଡ଼ିଶାର ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣି ଥରେ ଛାତ୍ର ସଂସଦ ନିର୍ବାଚନ ଫେରିବାକୁ ଯାଉଛି। ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ କଳ୍ପନାଜଳ୍ପନା ଚାଲିଥିବା ବେଳେ ଏହାକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ନିର୍ବାଚନ ପରିଚାଳନା ପାଇଁ ଉଚ୍ଚଶିକ୍ଷା ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସେ ସ୍ପଷ୍ଟ କରିଛନ୍ତି। ମନ୍ତ୍ରୀଙ୍କ କହିବା ଅନୁଯାୟୀ, ଛାତ୍ର ସଂସଦ ନିର୍ବାଚନ କରାଯିବା ନେଇ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ତେବେ ସରକାର ଓ ଶୀର୍ଷ ନେତୃତ୍ୱଙ୍କ ଚୂଡ଼ାନ୍ତ ନିଷ୍ପତ୍ତି ପରେ ଉଚିତ ସମୟରେ ଏହାକୁ ବିଧିବଦ୍ଧ ଭାବେ ଘୋଷଣା କରାଯିବ। Post navigation Panchayat and Municipal Polls: ପଞ୍ଚାୟତ ଓ ପୌର ନିର୍ବାଚନ; ବୁଥଗୁଡିକ ଠିକ୍ ଅଛି ନା ନାହିଁ ଫିଜିକାଲ୍ ଭେରିଫିକେସନ୍ ନିର୍ଦ୍ଦେଶ CM Majhi Meets Sadhvi Ritambhara in Puri: ପୁରୀରେ ସାଧ୍ୱୀ ଋତମ୍ଭରାଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ