କଟକ ମେରିଆ ବଜାରରେ ବିଜେପି ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଲଲାଟେନ୍ଦୁ ବଡୁଙ୍କ ଗାଡ଼ି ଧକ୍କାରେ ୪ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ ଜଣ ଶିଶୁ ଥିବା ଜଣାପଡିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକମାନେ ବିଜେପି ନେତା ଲଲାଟେନ୍ଦୁ ବଡ଼ୁଙ୍କ ଗାଡ଼ି ଭାଙ୍ଗିବା ସହ ତାଙ୍କୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ତଦନ୍ତ ଆରମ୍ଭ କରିଛି।

ଅନ୍ୟପଟେ ଦୁର୍ଘଟଣାରେ ଆହତ ହୋଇଥିବା ୩ ଜଣ ସ୍ଥାନୀୟ ଲୋକଙ୍କ ସମେତ ବିଜେପି ନେତା ଲଲାଟେନ୍ଦୁ ବଡୁଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Leave a Reply

Your email address will not be published. Required fields are marked *