କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଜିଲ୍ଲାର ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ପଦକ୍ଷେପ ନିଆଯାଇଛି। ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ, ଏକଲବ୍ୟ ମୋଡେଲ ଆବାସିକ ସ୍କୁଲ ଏବଂ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଏହି ନିର୍ଦ୍ଦେଶ ଅଧୀନରେ ବନ୍ଦ ରହିବ।

Leave a Reply

Your email address will not be published. Required fields are marked *