ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ରାଜ୍ୟରେ ଆସନ୍ତା ସପ୍ତାହ ଯାଏଁ ବର୍ଷା ଜାରି ରହିବ। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ସହ ହାଲୁକାରୁ ମଧ୍ୟମ ଏବଂ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ଆଜି ଓ କାଲି ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରାୟ ୧୦ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। Post navigation Health Check-Up of The Rescued Orangutans: ନନ୍ଦନକାନନରେ ୫ ଓରାଂଓଟାନ୍ଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କଲେ ୨ ବିଶେଷଜ୍ଞ ଦଳ Nuakhai Celebrations at Rashtrapati Bhavan: ରାଷ୍ଟ୍ରପତି ଭବନରେ ଧୂମଧାମରେ ପାଳିତ ହେଲା ‘ନୂଆଁଖାଇ’: ଓଡ଼ିଶାର ଲୋକନୃତ୍ୟ ଓ ସଂସ୍କୃତିର ଝଲକ