ଉତ୍ତର ଆଣ୍ଡାମାନ ସାଗରରେ ସେପ୍ଟେମ୍ବର ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ବାୟୁମଣ୍ଡଳୀୟ ସୃଷ୍ଟି ଆଗାମୀ ଦିନରେ ଅଧିକ ଘନୀଭୂତ ହୋଇ ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ସେପ୍ଟେମ୍ବର ୧୬ ତାରିଖରେ ବର୍ତ୍ତମାନ ଉତ୍ତର ଥାଇଲ୍ୟାଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି, ଯାହା ସମୁଦ୍ର ପତ୍ତନରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟଟି ସେପ୍ଟେମ୍ବର ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରରେ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ସେପ୍ଟେମ୍ବର ୧୯ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ପରେ ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେବ। ଏହା ପ୍ରଭାବରେ ଆଗାମୀ ଦିନରେ ଓଡ଼ିଶାରେ ପାଣିପାଗ ବଦଳିବା ସହ ବର୍ଷାର ପରିମାଣ ବୃଦ୍ଧି ପାଇପାରେ। ତେବେ ଏହି ଲଘୁଚାପଟି ବାତ୍ୟାର ରୂପ ନେବ କି ନାହିଁ, ସେ ନେଇ IMD ପକ୍ଷରୁ କୌଣସି ଆକଳନ କରାଯାଇ ନାହିଁ। ବଙ୍ଗୋପସାଗରରେ ସିଷ୍ଟମ୍ ସୃଷ୍ଟି ହେବା ପରେ ଏହାର ତୀବ୍ରତା ଓ ଗତିପଥ ସମ୍ପର୍କରେ ଅଧିକ ସୂଚନା ଦିଆଯିବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। Post navigation Odisha Gets New Doppler Radar in Sambalpur: ସମ୍ବଲପୁରରେ ଦେଶର ୫୧ତମ ଡପ୍ଲର ରାଡାର୍ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ Dadasaheb Phalke Award 2024: କନ୍ନଡ଼ ଅଭିନେତା ଅନନ୍ତ ନାଗଙ୍କୁ ମିଳିବ ଦାଦାସାହେବ ଫାଲକେ ଆୱାର୍ଡ