ମଧ୍ୟପ୍ରଦେଶର ଅଗର ମାଲୱା ଜିଲ୍ଲାରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ୮ ଜଣ ଓଡ଼ିଆଙ୍କ ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି । ନାଲଖେଡ଼ା ଅଞ୍ଚଳରେ ବର୍ଷାଜନିତ ପ୍ରବଳ ଜଳସ୍ରୋତରେ ଏକ କାର୍ ଭାସିଯିବାରୁ ଏହି ଦୁର୍ଘଟଣା ଘଟିଥିଲା । ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ଫଣ୍ଡ (PMNRF)ରୁ ₹୨ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରାଯିବ । ସେହିପରି, ଦୁର୍ଘଟଣାରେ ଆହତମାନଙ୍କୁ ₹୫୦ ହଜାର ଲେଖାଏଁ ଆର୍ଥିକ ସହାୟତା ଦିଆଯିବ । ଘଟଣାକୁ ଅତ୍ୟନ୍ତ ଦୁଃଖଦ ଓ ଯନ୍ତ୍ରଣାଦାୟକ ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ଶୋକସନ୍ତପ୍ତ ପରିବାରଗୁଡ଼ିକ ପ୍ରତି ସମବେଦନା ଜଣାଇଛନ୍ତି ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । Post navigation ABVP wins 3 out of 4 Seats in DUSU Polls; NSUI Wiped Out Question Paper Leak at Vikram Dev University: ଜୟପୁର ବିକ୍ରମ ଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ସ୍ଥଗିତ