ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ଗୁରୁତ୍ୱପୂର୍ଣ୍ଣ ସର୍ବଦଳୀୟ ବୈଠକ ସଫଳତାର ସହ ଶେଷ ହୋଇଛି। ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଥିବା ମୌସୁମୀ ଅଧିବେଶନ ପୂର୍ବରୁ ଗୃହ କାର୍ଯ୍ୟକୁ ସୁଚାରୁ ଓ ଶାନ୍ତିପୂର୍ଣ୍ଣ ଭାବେ ପରିଚାଳନା କରିବା ପାଇଁ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସମସ୍ତ ଶାସକ ଓ ବିରୋଧୀ ଦଳର ସଦସ୍ୟଙ୍କ ପୂର୍ଣ୍ଣ ସହଯୋଗ ଲୋଡ଼ିଛନ୍ତି।

ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ ସମେତ ବିରୋଧୀ ଦଳର ପ୍ରମୁଖ ନେତା ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ବିଧାୟକ ପ୍ରତାପ ଦେବ ଓ ସଦସ୍ୟମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *