ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରଚଳନ କରାଯାଇଥିବା ନୂତନ ପାଠ୍ୟପୁସ୍ତକଗୁଡ଼ିକରେ ବ୍ୟାପକ ତ୍ରୁଟି ପରିଲକ୍ଷିତ ହୋଇଛି। ମୋଟ ୧୭୪୧ଟି ତ୍ରୁଟି ଦୃଷ୍ଟିଗୋଚର ହେବା ପରେ ବିଧାନସଭାରେ ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ପାଠ୍ୟପୁସ୍ତକରେ ଏହିଭଳି ଗୁରୁତର ତ୍ରୁଟି ପାଇଁ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବହି ତ୍ରୁଟି ପାଇଁ ମୋଟ ୧୦ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହା ସହିତ ୨ ଜଣ ସହ ନିର୍ଦ୍ଦେଶକଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ବେଳେ ଜଣେ ପୂର୍ବତନ ନିର୍ଦ୍ଦେଶକଙ୍କ ସମେତ ୩ ଜଣ ସହ ନିର୍ଦ୍ଦେଶକଙ୍କୁ ନିଲମ୍ବିତ କରାଯାଇଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *