ରାଜ୍ୟର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ସୁଯୋଗ ଯୋଗାଇ ଦେବାକୁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ରାଜ୍ୟର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବରିଷ୍ଠ ନାଗରିକମାନଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଧାଡ଼ିରେ ଛିଡ଼ା ହେବାକୁ ପଡ଼ିବ ନାହିଁ। ସେମାନଙ୍କ ସୁବିଧା ଓ ସମ୍ମାନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରତ୍ୟେକ ସରକାରୀ କାର୍ଯ୍ୟାଳୟରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର କାଉଣ୍ଟର, ଡେସ୍କ କିମ୍ବା ଅଲଗା ଧାଡ଼ିର ବ୍ୟବସ୍ଥା କରାଯିବ ବୋଲି ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

ସେ କହିଛନ୍ତି ବର୍ତ୍ତମାନ ଏହି ସୁବିଧା କେବଳ ଡାକ୍ତରଖାନାଗୁଡ଼ିକରେ ବଳବତ୍ତର ରହିଛି, ମାତ୍ର ଆଗାମୀ ୩ ମାସ ମଧ୍ୟରେ ଏହାକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନଗୁଡ଼ିକରେ ଉପଲବ୍ଧ କରାଇବା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି।

ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ବରିଷ୍ଠ ନାଗରିକମାନେ ସରକାରୀ କାର୍ଯ୍ୟାଳୟଗୁଡ଼ିକରେ କୌଣସି ଅସୁବିଧାର ସମ୍ମୁଖୀନ ନହୋଇ ସହଜରେ ଓ ଶୀଘ୍ର ନିଜର ସେବା ପାଇପାରିବେ।

Leave a Reply

Your email address will not be published. Required fields are marked *