ପଶ୍ଚିମ ଓଡ଼ିଶାରେ ଏକ ବଡ଼ ହସ୍ପିଟାଲ ପ୍ରତିଷ୍ଠା କରିବା ନେଇ ଘୋଷଣା କରିଛନ୍ତି ବେଦାନ୍ତ ଗ୍ରୁପ୍ର ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ । ଏନେଇ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିବା ସହ ଏକ ହଜାର ଶଯ୍ୟା ବିଶିଷ୍ଟ ହସ୍ପିଟାଲ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦେଇଛନ୍ତି । ପଶ୍ଚିମ ଓଡ଼ିଶାରେ ଉନ୍ନତ ସ୍ୱାସ୍ଥ୍ୟସେବାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ହସ୍ପିଟାଲ ପ୍ରତିଷ୍ଠା କରାଯିବ ବୋଲି ଅନୀଲ ଅଗ୍ରୱାଲ ସୂଚନା ଦେଇଛନ୍ତି । ଏହା ଅଞ୍ଚଳର ଲୋକଙ୍କୁ ଆଧୁନିକ ଓ ଉନ୍ନତ ଚିକିତ୍ସା ସୁବିଧା ଯୋଗାଇବାରେ ସହାୟକ ହେବ । ଏହାସହ ଝାରସୁଗୁଡ଼ାରେ ୨ ମିଲିୟନ ଟନ୍ କ୍ଷମତା ବିଶିଷ୍ଟ ଏକ ସ୍ମେଲଟର ପ୍ଲାଣ୍ଟ ସ୍ଥାପନ କରିବା ନେଇ ମଧ୍ୟ ବେଦାନ୍ତ ପକ୍ଷରୁ ସୂଚନା ଦିଆଯାଇଛି । ଏହି ପ୍ରକଳ୍ପରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ନିବେଶ ହେବ ବୋଲି ଅନୀଲ ଅଗ୍ରୱାଲ କହିଛନ୍ତି । ଏହି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ୫୦୦ ଏକର ଜମି ଯୋଗାଇ ଦେଇଥିବା ସେ ସୂଚନା ଦେଇଛନ୍ତି । ପ୍ରସ୍ତାବିତ ଶିଳ୍ପ ପ୍ରକଳ୍ପ ମାଧ୍ୟମରେ ଓଡ଼ିଶାରେ ଶିଳ୍ପ ଓ ନିବେଶ କ୍ଷେତ୍ରରେ ଆହୁରି ସୁଯୋଗ ସୃଷ୍ଟି ହେବ ବୋଲି ଆଶା କରାଯାଉଛି । ଏଥିସହ ସିଜିମାଳୀ ଓ କର୍ଲାପାଟ ଖଣିକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ ମଧ୍ୟ ଆଲୋଚନା ହୋଇଛି । ରାଜ୍ୟରେ ବେଦାନ୍ତର ଶିଳ୍ପ ଓ ଖଣି ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସହ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନୂଆ ପଦକ୍ଷେପ ନେବା ନେଇ ଏହି ଆଲୋଚନାକୁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । Post navigation Paradip Port Designated as Mega Port, Becomes Only Such Port on India’s East Coast एशियाई खेल 2026 में भारतीय पुरुष कबड्डी टीम ने कायम रखा दबदबा, जीता स्वर्ण पदक