ରାଜ୍ୟରେ ଶିଶୁ ଓ ମା’ମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ସଠିକ୍ ପୋଷଣ ସୁନିଶ୍ଚିତ କରିବା ଲକ୍ଷ୍ୟରେ ରାଜ୍ୟସ୍ତରୀୟ ‘ଆଙ୍ଗନ କା ଉତ୍ସବ’ ଓ ‘ପୋଷଣ ମାସ ୨୦୨୬’ ଉତ୍ସବ ସଫଳତାର ସହ ପାଳିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ବରମୁଣ୍ଡା-୩ ଆଙ୍ଗନବାଡ଼ି କେନ୍ଦ୍ରରେ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ରହି ଶିଶୁ ଏବଂ ଗର୍ଭବତୀ ଓ ପ୍ରସୂତି ମା’ମାନଙ୍କ ପୋଷଣ ଏବଂ ସ୍ୱାସ୍ଥ୍ୟ ସୁରକ୍ଷା ଉପରେ ଗୁରୁତ୍ୱାରୋପ କରିଥିଲେ। ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଶିଶୁ ଓ ମା’ମାନଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆଣିବା, ସଚେତନତା ସୃଷ୍ଟି କରିବା ଏବଂ କୁପୋଷଣ ଦୂରୀକରଣ ପାଇଁ ଏହି ସ୍ୱତନ୍ତ୍ର ଅଭିଯାନ ଜରିଆରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି।

 

 

Leave a Reply

Your email address will not be published. Required fields are marked *