ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରା ସାହି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରାଇ ଦୁଷ୍କର୍ମ କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାୟୀ, ଯୁବତୀଜଣକ ଘରେ ଏକା ଥିବା ସୁଯୋଗ ନେଇ ଜଣେ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶିଥିଲା। ପରେ ବନ୍ଧୁକର ଭୟ ଦେଖାଇ ଯୁବତୀଙ୍କ ସହ ଦୁଷ୍କର୍ମ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା।

ଘଟଣା ସମ୍ପର୍କରେ ଖବର ପାଇବା ପରେ ଭୁବନେଶ୍ୱର ଡିସିପି, ଜୋନ୍ ଏସିପି ଏବଂ ନୟାପଲ୍ଲୀ ଥାନା ଆଇଆଇସି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛନ୍ତି। ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି। ରାଜଧାନୀର ବିଭିନ୍ନ ଅଞ୍ଚଳରେ ଜୋରଦାର ଛାନଭିନ୍ ଚାଲିବା ସହ ଘଟଣାସ୍ଥଳ ଓ ଆଖପାଖ ଅଞ୍ଚଳର ସିସିଟିଭି ଫୁଟେଜ୍ ଯାଞ୍ଚ କରାଯାଉଛି।

 

Leave a Reply

Your email address will not be published. Required fields are marked *