ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧୀନରେ ଥିବା ୱାଟକୋ ଦ୍ୱାରା ରାଜ୍ୟବ୍ୟାପୀ ‘ସୁଜଲ’ ଅଭିଯାନ ଆରମ୍ଭ କରାଯାଇଛି । ଭୁବନେଶ୍ୱରଠାରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି । ସୁରକ୍ଷିତ ଜଳ, ସୁରକ୍ଷିତ ଜୀବନ ଏବଂ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ। ଅକ୍ଟୋବର ୨ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଭିଯାନ ଆସନ୍ତା ଅକ୍ଟୋବର ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଚାଲିବ।

 

 

 

 

 

Leave a Reply

Your email address will not be published. Required fields are marked *