ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ପକ୍ଷରୁ ବ୍ୟାପକ ମାନସ ମନ୍ଥନ ଆରମ୍ଭ ହୋଇଯାଇଛି। ଦଳକୁ ତୃଣମୂଳ ସ୍ତରରୁ ଆହୁରି ମଜବୁତ କରିବା ସହ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଦଳୀୟ ନେତୃବୃନ୍ଦଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି।

ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ବିଜେପି ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ଦଳର ଅନ୍ୟାନ୍ୟ ବରିଷ୍ଠ କର୍ମକର୍ତ୍ତାମାନେ ଉପସ୍ଥିତ ରହି ଭବିଷ୍ୟତର କାର୍ଯ୍ୟପନ୍ଥା ସମ୍ପର୍କରେ ସବିଶେଷ ଚର୍ଚ୍ଚା କରିଥିଲେ।

ପଞ୍ଚାୟତ ନିର୍ବାଚନରେ ବିଜୟ ହାସଲ କରିବା ପାଇଁ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯାଇଛି। ଆଗାମୀ ଦିନରେ ସଂଗଠନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ସହ ଲୋକଙ୍କ ନିକଟତର ହେବା ପାଇଁ ଏହି ମାନସ ମନ୍ଥନ ବୈଠକରେ ବିଶେଷ ଗୁରୁତ୍ୱ ପ୍ରଦାନ କରାଯାଇଛି।

Leave a Reply

Your email address will not be published. Required fields are marked *